fbpx

ଲଘୁଚାପ ପ୍ରଭାବରେ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା : ଆସନ୍ତା ୨୪ ଘଣ୍ଟା ପାଇଁ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣଂ

ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି । ତେବେ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୬ଟି ଜିଲ୍ଲା – ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗିର, କଳାହାଣ୍ଡି, ମାଲକାନଗିରି ଓ କୋରାପୁଟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ନେଇ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣଂ ଜାରି କରାଯାଇଛି ।

ମୌସୁମୀ ନିମ୍ନଚାପ ରେଖା ଆଜି ରାଜସ୍ଥାନର ବିକାନେରରୁ ବାହାରି କୋଟା, ରାଇସେନ, ଦୁର୍ଗ ଏବଂ ପଶ୍ଚିମ ଦକ୍ଷିଣ- ଓଡିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରର କେନ୍ଦ୍ରରୁ ପୂର୍ବ- ଦକ୍ଷିଣପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି। ଏହା ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳର ୧.୫ କିମି ଉଚ୍ଚତା ଯାଏଁ ବ୍ୟାପିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଅନ୍ୟପକ୍ଷରେ ହୀରାକୁଦ ନଦୀବନ୍ଧର ୮ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ବାମପଟୁ ୬ଟି ଗେଟ୍ ଖୋଲା ରହିଥିବା ବେଳେ ଡାହାଣ ପଟର ୨ଟି ଗେଟ୍ ଦେଇ ଚାଲିଛି ଜଳ ନିଷ୍କାସନ ହେଉଛି ।

Get real time updates directly on you device, subscribe now.