fbpx
BJD SKY
BJD SKY

ରାଜ୍ୟର ୯ଟି ଜିଲ୍ଲାରେ ଆସନ୍ତାକାଲି ଘନକୁହୁଡ଼ି ହେବାନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି

BJD

ରାଜ୍ୟରେ ଶୀତ ହ୍ରାସ ପାଉଛି। ତେବେ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‍ସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଗଜପତି ଏବଂ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନକୁହୁଡ଼ି ଦୃଶ୍ୟମାନ ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ସକାଳେ ଗଜପତି, କଟକ, ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନକୁହୁଡ଼ି ଏବଂ ଅନୁଗୁଳ ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟମ ଧରଣର କୁହୁଡି ପରିଲକ୍ଷିତ ହୋଇଥିଲା। ଗତକାଲି ରାତିର ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ୧୧ ଡ଼ିଗ୍ରୀ ସେଲସିୟସ୍‍ ରେକର୍ଡ଼ କରାଯାଇଛି। ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିଛି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସୂଚନାରୁ ପ୍ରକାଶ।

Get real time updates directly on you device, subscribe now.