fbpx
BJD SKY
BJD SKY

ଆହୁରି ୨ ଦିନ ବର୍ଷା! ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

BJD

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଦକ୍ଷିଣ ବଙ୍ଗୋପସାଗର ଅଂଚଳରେ ବାୟୁମଣ୍ଡଳର ୧.୫ ରୁ ୫.୮ କିମି ମଧ୍ୟରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଗାମୀ ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, କନ୍ଧମାଳ ଓ ରାୟଗଡା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି , ଘଡଘଡି ସହ ବର୍ଷା ହୋଇପାରେ । ଏଥିପାଇଁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୯ରୁ ୧୦ ତାରିଖ ମଧ୍ୟରେ ଗଞ୍ଜାମ, ଗଜପତି ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ, ରାୟଗଡା, ଅନୁଗୁଳ, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି, ଘଡଘଡି ସହ ବର୍ଷା ହୋଇପାରେ । ଏଥିପାଇଁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Get real time updates directly on you device, subscribe now.