fbpx

୫ ପରେ ଲଘୁଚାପ! କାଲି ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(ଓଡ଼ିଶା ଭାସ୍କର) : ଆସନ୍ତା ୫ ତାରିଖ ପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ୫ ତାରିଖ ପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଆଇଏମଡି ସୂଚନା ଦେଇଛି । ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ । ସେପ୍ଟେମ୍ବର ପାଇଁ ଆକଳନ ଅବସରରେ ପୂର୍ବାନୁମାନ କରିଛି ଆଇଏମଡି । ୫ ପର୍ଯ୍ୟନ୍ତ ସାରା ଭାରତରେ ଦୁର୍ବଳ ମୌସୁମୀ ଜାରି ରହିବାର ଆକଳନ କରାଯାଉଛି । ୫ ପରେ ବର୍ଷାର ପରିମାଣ ବଢ଼ିବା ନେଇ ଆଇଏମଡି ପୂର୍ବାନୁମାନ କରିଛି ।

୪ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି । ସମ୍ଭାବ୍ୟ ବର୍ଷା ନେଇ ୪ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି । କାଲି ପର୍ଯ୍ୟନ୍ତ ୧୪ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ୧୪ଟି ଜିଲ୍ଲା ଯଥା- ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗିର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ସୋନପୁରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩ରେ ୧୦ ଓ ୪ରେ ତାରିଖରେ ୧୭ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Get real time updates directly on you device, subscribe now.