ଆଜି ଏହି ଜିଲ୍ଲାବାସୀ ରୁହନ୍ତୁ ସାବଧାନ! ମୂଷଳଧାରାରେ ହେବ ପ୍ରବଳ ବର୍ଷା

୨୪ ତାରିଖ ଯାଏଁ ବର୍ଷା ସମ୍ଭାବନା ।

ଭୁବନେଶ୍ବର: ଆଭ୍ୟନ୍ତରୀଣ ଓଡ଼ିଶାରେ ଅବପାତ ସୃଷ୍ଟି ହୋଇଥିବା ବେଳେ ଆସନ୍ତା 24 ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆଜି ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଜି ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ,ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି । ମତ୍ସଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।

ପଛକୁ ପଛ ଆସୁଛି ଲଘୁଚାପ- ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଏହାର ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ରାଜ୍ୟରେ 23ରୁ 25 ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

24 ତାରିଖ ବେଳକୁ ଗୋଟିଏ ଲଘୁଚାପ ସୃଷ୍ଟି ହେବ ଏବଂ ପରେ 27 ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ତେଣୁ ଅଗଷ୍ଟ ଶେଷ ସୁଦ୍ଧା ମୌସୁମୀ ସକ୍ରିୟ  ବର୍ଷା ମଧ୍ୟ ଭଲ ହେବା ନେଇ କହିଛନ୍ତି ଆଇଏମଡି ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ।