fbpx

ରାଜ୍ୟରେ ଜାରି ରହିଛି ଘୂର୍ଣ୍ଣିବଳୟର ପ୍ରଭାବ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ୧୨ଟି ଜିଲ୍ଲାକୁ ୟେଲ୍ଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ନିକଟରେ ଏକ ଘୂର୍ଣ୍ଣିବଳୟ କେନ୍ଦ୍ରୀଭୂତ ହୋଇଛି। ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ସହ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ମୌସୁମୀ ସ୍ୱାଭାବିକ ରହିବା ସହ ୧୦ ଦଶମିକ ୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।

ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୧୨ଟି ଜିଲ୍ଲାକୁ ୟେଲ୍ଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ମୟୁରଭଞ୍ଜ, କେନ୍ଦୁଝର ଏବଂ ଦେବଗଡ଼ ଜିଲ୍ଲା ପାଇଁ ୟେଲ୍ଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ଆସନ୍ତାକାଲି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ସମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ ।

Get real time updates directly on you device, subscribe now.