7 ତାରିଖ ଯାଏଁ ବର୍ଷା, ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଆସନ୍ତା ୭ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ।

ଭୁବନେଶ୍ବର: ଆସନ୍ତା ୭ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଏନେଇ ଭୁବନେଶ୍ବର ଆଞ୍ଚଳିକ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

ଆସନ୍ତାକାଲି ପାଇଁ ମୟୂରଭଞ୍ଜ, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି କୁଆପଥର ବର୍ଷା ସହ ୫୦ରୁ ୬୦ କିମି ବେଗରେ ପବନ ବହିବା ନେଇ ମଧ୍ୟ କୁୁ଼ହାଯାଇଛି ।

ଅନ୍ୟପଟେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, କେନ୍ଦୁଝର, କୋରାପୁଟ ଓ ରାୟଗଡ଼ା ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

ଗତ କିଛି ଦିନ ହେବ ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି ରହିଛି । ଅନେକ ସ୍ଥାନରେ କୁଆପଥର ବର୍ଷା ହେଇଛି । 45 ଡିଗ୍ରୀର ତାତିରୁ ଆଶ୍ବସ୍ତି ପାଇଛନ୍ତି ରାଜ୍ୟବାସୀ ।

ତେବେ ରାଜ୍ୟରେ 7 ତାରିଖ ରାଜ୍ୟରେ ବର୍ଷା ହେବା ନେଇ ଆକଳନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ।