fbpx

ସାବଧାନ୍! ବର୍ଷାକୁ ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ୧୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ୧୭ଟି ଯଥା- ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ଢ଼େଙ୍କାନାଳ, ରାୟଗଡ଼, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ତେବେ ରାଜ୍ୟରେ ଆସନ୍ତା ୧୬ ତାରିଖ ଯାଏଁ ବର୍ଷା ଜାରି ରହିବ । ଆସନ୍ତା ଜାନୁଆରି ୧୩ରୁ ୧୪ ତାରିଖ ମଧ୍ୟରେ କନ୍ଧମାଳ, ବୌଦ୍ଧ, ନୟାଗଡ଼, କଳାହାଣ୍ଡି, ରାୟଗଡ଼ା ଓ ଗଞ୍ଜାମ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୫ ଓ ୧୬ ତାରିଖରେ ବର୍ଷା ପରିମାଣ ସାମାନ୍ୟ କମିବ । ସେହିପରି ଆସନ୍ତାକାଲି କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ପ୍ରବଳ ବର୍ଷା ପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Get real time updates directly on you device, subscribe now.