ଆସନ୍ତା 25 ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା, ଆଜି 7 ଜିଲ୍ଲାରେ ପ୍ରବଳରୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ
ଆଜି 7 ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ତେବେ ଆସନ୍ତା 25 ଯାଏଁ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଭୁବନେଶ୍ବର: ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । 7 ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ବାଲେଶ୍ବେର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।
ଏସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ତେବେ ଆସନ୍ତା 25 ଯାଏଁ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ସେହିପରି ଆସନ୍ତାକାଲି ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜ, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। 25 ତାରିଖ ପରଠାରୁ କମିବ ବର୍ଷା ପରିମାଣ।
ଏପଟେ ୨୪ ବେଳକୁ ଆଉ ଏକ ଲଘୁଚାପ ସମ୍ଭାବନା ରହିଛି। ରାଜ୍ୟରେ ମୌସୁମୀ ଋତୁରେ ଏଯାଏଁ ସ୍ବାଭାବିକ ବୃଷ୍ଟିପାତ ୮୦୧.୫ ମିଲିମିଟର ବର୍ଷା ହେବା କଥା । ହେଲେ ଏଯାଏ ୭୫୪.୯ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଏହି ସମୟ ମଧ୍ୟରେ ୨ ଜିଲ୍ଲାରେ ଅତ୍ୟଧିକ ବୃଷ୍ଟିପାତ, ୨୧ ଜିଲ୍ଲାରେ ସ୍ବାଭାବିକ ବର୍ଷା ଓ ବାକି ୭ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି ।