fbpx

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା: ଆଜି ପାଇଁ ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତ ରୂପ ନେଇଛି। ଏହା ପ୍ରଭାବରେ ଆଜି ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା(୭ରୁ ୨୦ ସେମି) ଆଶଙ୍କା ରହିଛି। ଏଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ଆଶଙ୍କା ଯୋଗୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଦୁଇ ତାରିଖରେ ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା ଓ କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଭଳି ଆଉ ୨ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିବ‌ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି।

ଅନ୍ୟପଟେ ସେପ୍ଟେମ୍ବର ୪ରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଆଶଙ୍କା କରାଯାଇଛି। ଶ୍ରୀକାକୁଲମ୍‌ ଓ ବିଶାଖାପାଟନମ୍‌ରୁ ଦୂରରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଏହି କ୍ଷେତ୍ର ସୃ‌ଷ୍ଟି ହେବାକୁ ଥିବା ଏହି ଲଘୁଚାପ କ୍ଷେତ୍ର ୪ ଦିନରେ ଅବପାତ ରୂପ ନେବ। ୭ ବା ୮ ତାରିଖରେ ଏହା ଓଡ଼ିଶା ଉପକୂଳରୁ ଛତିଶଗଡ଼ ଆଡ଼କୁ ମୁହାଁଇବାକୁ ଥିବାରୁ ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ, ରାୟଗଡ଼ା ଓ ଗଜପତିରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରିଛନ୍ତି।

Get real time updates directly on you device, subscribe now.