fbpx

୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ଜନିତ ବର୍ଷା ଓ ଝଡ଼ ପବନ ! ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଝଡ଼ ପବନର ସମ୍ଭାବନା ରହିଛି । ଆସନ୍ତା ୨୪ ଘଂଟା ମଧ୍ୟରେ ଓଡ଼ିଶାର କିଛି ଜିଲ୍ଲାରେ ଘଂଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତ, ଘଡ଼ଘଡ଼ି ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ଏଥିପାଇଁ ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୨୪ ଘଂଟା ଲାଗି ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏହି ଜିଲ୍ଲାଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ଖୋର୍ଦ୍ଧା, ପୁରୀ , ନୟାଗଡ ,ଗଜପତି, ଗଞ୍ଜାମ, କନ୍ଧମାଳ, କୋରାପୁଟ, ରାୟଗଡ଼ା, ସୁନ୍ଦରଗଡ଼, ଦେବଗଡ଼ ଓ ଝାରସୁଗୁଡ଼ା ।

ସେହିପରି ଜୁନ୍ ୧ ତାରିଖରେ ପବନର ବେଗ ୩୦ରୁ ୪୦ କିମି ରହିବା ସହ ବଜ୍ରପାତ, ଘଡ଼ଘଡ଼ି ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ଏଥିପାଇଁ ଗଜପତି, ଗଂଜାମ, କନ୍ଧମାଳ, ରାୟଗଡା କୋରାପୁଟ, ଖୋର୍ଦ୍ଧା , କେନ୍ଦୁଝର , ନୟାଗଡ ଓ ମୟୁରଭଂଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Get real time updates directly on you device, subscribe now.