fbpx
BSKY
BJD SHG SKY
BJD YOUTH SKY

ୱେଲମାର୍କ ଲୋ ପ୍ରଭାବରେ ଆସନ୍ତାକାଲି ଯାଏଁ ବର୍ଷା, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ୱେଲମାର୍କ ଲୋ-ପ୍ରେସର ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ଯାଏଁ ରାଜ୍ୟର କେତେକ ଜିଲ୍ଲାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଉତ୍ତର ଓଡ଼ିଶାର ଗୋଟିଏ କି ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ରଟି ୱେଲମାର୍କ ଲୋରେ ପରିଣତ ହେବା ପରେ ଏହା ବାଂଲାଦେଶ ଉପକୂଳ ଓ ପଶ୍ଚିମବଙ୍ଗ ଅଞ୍ଚଳରେ ସକ୍ରିୟ ରହିଛି ।

ବର୍ଷାକୁ ନେଇ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିଭଳି ଦେବଗଡ଼, ଅନୁଗୁଳ, ସମ୍ବଲପୁର, ସୋନପୁର, ବରଗଡ଼, ଝାରସୁଗୁଡ଼ା ଓ ଢେଙ୍କାନାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।

ଏହା ସହିତ ଆସନ୍ତାକାଲି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷିବା ସହ ନୂଆପଡ଼ା, ବଲାଙ୍ଗୀର, ସୋନପୁର ଓ କେନ୍ଦୁଝର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଏଚ.ଆର. ବିଶ୍ୱାସ ସୂଚନା ଦେଇଛନ୍ତି ।

Get real time updates directly on you device, subscribe now.