fbpx

ସାବଧାନ ! ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,୧୦ ।୧୦(ଓଡିଶା ଭାସ୍କର): ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୧୧ ଜିଲ୍ଲା ମଧ୍ୟରୁ ଗଞ୍ଜାମ ଓ ପୁରୀରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ବର୍ଷା ହେବାର ସମ୍ଭାବନା ଥିବା ଜିଲ୍ଲା ଗୁଡିକ ହେଉଛି -ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଜଗତସିଂହପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର । ଆଗାମୀ ୨୪ ଘଣ୍ଟାରେ ଅବପାତର ରୂପ ନେବ ସୁଦୃଶ୍ୟ ଲଘୁଚାପ । ଅକ୍ଟୋବର ୧୪ରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।

Get real time updates directly on you device, subscribe now.