fbpx

ସାବଧାନ୍ ! ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,୧୭ ।୨(ଓଡିଶା ଭାସ୍କର): ଆଗାମୀ ୨୪ ଘଣ୍ଟାରେ ରାଜ୍ୟରେ ବଜ୍ରପାତ ହେବାର ଆଶଙ୍କା ରହିଛି । ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋର ସମ୍ଭାବନା ରହିଛି । ବର୍ଷା ଓ ବଜ୍ରପାତ ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ୧୧ ଜିଲ୍ଲାଗୁଡିକ ହେଉଛି- ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର ଓ ଭଦ୍ରକ ।

ସେହିପରି ୧୯ ତାରିଖ ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସେହି ୧୨ ଜିଲ୍ଲାଗୁଡିକ ହେଉଛି- ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ବୌଦ୍ଧ ଓ କନ୍ଧମାଳ ।

Get real time updates directly on you device, subscribe now.