fbpx

ସାବଧାନ୍! ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,୧୭ ।୯(ଓଡିଶା ଭାସ୍କର): କାଲି ସକାଳ ସଢେ ୮ଟା ସୁଦ୍ଧା ରାଜ୍ୟରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ୧୩ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ୧୩ଟି ଜିଲ୍ଲାଗୁଡିକ ହେଉଛି-ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ନୂଆପଡା, ବରଗଡ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର ଓ ମୟୂରଭଞ୍ଜ । ଏନେଇ ଆଜି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ତାଜା ଅପଡେଟ ଦିଆଯାଇଛି ।

Get real time updates directly on you device, subscribe now.