fbpx

ସକ୍ରିୟ ରହିଛି ଲଘୁଚାପ: ଆଜି ୧୪ ଜିଲ୍ଲା ସାବଧାନ୍, ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ବାଂଲାଦେଶ ଉପକୂଳ ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ । ଏହି ଲଘୁଚାପ କ୍ଷେତ୍ରର ପ୍ରଭାବରେ ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୨୪ ଘଣ୍ଟା ମଧ୍ୟରେ ହେବାକୁ ଥିବା ବର୍ଷାର ପ୍ରଭାବରେ ତଳୁଆ ଅଞ୍ଚଳରେ ପାଣି ଜମି ରହିବା ସହ ଗମନାଗମନରେ ଅନେକ ଅସୁବିଧା ସୃଷ୍ଟି ହୋଇପାରେ ବୋଲି ସତର୍କ ସୂଚନା ଦେଇଛି ପାଣିପାଗ ବିଭାଗ ।

ସମ୍ଭାବ୍ୟ ସ୍ଥିତିକୁ ଦେଖି ଆଜିଠାରୁ ଅଗଷ୍ଟ ୧ ତାରିଖ ଯାଏଁ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଛି ୟେଲୋ ୱାର୍ଣ୍ଣିଂ । ଆଜି ପାଇଁ ୧୪ଟି ଜିଲ୍ଲା, ୩୧ ତାରିଖ ପାଇଁ ୬ଟି ଜିଲ୍ଲା ଓ ଅଗଷ୍ଟ ୧ ପାଇଁ ୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ସହ ସତର୍କ ରହିବାକୁ କୁହାଯାଇଛି ।

ତେବେ ଆଜି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ୧୪ ଜିଲ୍ଲା ମଧ୍ୟରେ ରହିଛି- ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଯାଜପୁର, ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ, ସୋନପୁର, ବୌଦ୍ଧ, ବରଗଡ଼, ବଲାଙ୍ଗିର ଓ ନୂଆପଡ଼ା । ତା ମଧ୍ୟରୁ ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ଗୋଟିଏ ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ମତ୍ସଜୀବୀଙ୍କୁ ସମୁଦ୍ରକୁ ନଯିବାକୁ ବାରଣ କରାଯାଇଛି ।

Get real time updates directly on you device, subscribe now.