fbpx

କାଲି ସକାଳ ୮.୩୦ ସୁଦ୍ଧା ୧୬ ଜିଲ୍ଲା ସାବଧାନ୍‌! ବର୍ଷା ସହ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୨ ।୫(ଓଡିଶା ଭାସ୍କର): ରାଜ୍ୟରେ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ରାଜ୍ୟର ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ୧୬ଟି ଜିଲ୍ଲାଗୁଡିକ ଯଥା- କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ରାୟଗଡା, କନ୍ଧମାଳ, ଗଜପତି ଓ ନୟାଗଡକୁ ସତର୍କ ସୂଚନା ଜାରି ହୋଇଛି ।

ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ଏହିସବୁ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ବର୍ଷା ଓ ବଜ୍ରପାତ ସହ ୪୦ରୁ ୫୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.