fbpx

ସାବଧାନ୍! କାଲି ସକାଳ ସୁଦ୍ଧା ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ଜାଣନ୍ତୁ କେଉଁ କେଉଁ ଜିଲ୍ଲା?

Advertisement

ଭୁବନେଶ୍ୱର(ଓଡିଶା ଭାସ୍କର): ଆସନ୍ତାକାଲି ସକାଳ ୮ଟା ୩୦ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଫଳରେ ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ୧୮ଟି ଜିଲ୍ଲାରେ ରହିଛି ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, କେନ୍ଦୁଝର, ବଲାଙ୍ଗିର, ବରଗଡ, ଝାରସୁଗୁଡା, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୁଳ, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ମାଲକାନଗିରି, ଢେଙ୍କାନାଳ, କଟକ, ଜଗତସିଂହପୁର, ପୁରୀ । ଏହି ଜିଲ୍ଲାଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି ।

Get real time updates directly on you device, subscribe now.