fbpx
BJD SKY
BJD SKY

୫ ଜିଲ୍ଲା ସାବଧାନ୍! ବିଜୁଳି ସହ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା

BJD

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୫ଟି ଜିଲ୍ଲାରେ ବିଜୁଳି ସହ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି । ଏନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତିକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମସ୍ତ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ସକାଳ ୮ଟା ୩୦ ଯାଏଁ ୫ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ତେବେ ଆସନ୍ତା ଅକ୍ଟୋବର ୧୦ ତାରିଖରେ ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ସୃଷ୍ଟି ହେବ । ଏହି ଲଘୁଚାପ କ୍ଷେତ୍ରଟି ଅଧିକ ଘନୀଭୂତ ହେବା ସହ ପଶ୍ଚିମ ଉତର-ପଶ୍ଚିମ ଦିଗକୁ ଗତି କରିବା ସହ ଆଗାମୀ ୩ରୁ ୪ ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା ଏବଂ ଉତର ଉପକୂଳ ଆନ୍ଧ୍ର ପ୍ରଦେଶ ଉପକୂଳ ଦେଇ ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଏବେ ଉତ୍ତର-ପୂର୍ବ ଦିଗରେ ସମୁଦ୍ର ପତନ ଠାରୁ ୩.୧ କିଲୋମିଟର ଉଚ୍ଚତାରେ ଏକ ଟ୍ରଫ୍‌ ଲାଇନ୍‌ ସୃଷ୍ଟି ହୋଇଛି । ଏହି ଟ୍ରଫ୍‌ ଲାଇନ୍‌ ପ୍ରଭାବରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ିର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।

Get real time updates directly on you device, subscribe now.