fbpx

ସାବଧାନ୍! କାଳବୈଶାଖୀ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,୨ ।୪(ଓଡିଶା ଭାସ୍କର) : ରାଜ୍ୟରେ କାଳବୈଶାଖୀକୁ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । କାଲି ସକାଳ ୮ଟା ୩୦ ଯାଏଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୫ ଜିଲ୍ଲା ଯଥା- ଗଜପତି, ଗଞ୍ଜାମ, କନ୍ଧମାଳ, ଖୋର୍ଦ୍ଧା ଓ ନୟାଗଡରେ ଘୂର୍ଣ୍ଣିଝଡ ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ବିଜୁଳି, ଘଡଘଡି ସହ ୪୦-୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ।

୧୩ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । କୋରାପୁଟ, ରାୟଗଡ, ଗଜପତି, ଗଞ୍ଜାମ, କନ୍ଧମାଳ, ଖୋର୍ଦ୍ଧା, ଭଦ୍ରକ, ନୟାଗଡ, ପୁରୀ, କଟକ, ଜଗତସିଂହପୁର, ବାଲେଶ୍ୱର, କେନ୍ଦ୍ରାପଡାରେ ବର୍ଷା ହେବାର ସମ୍ଭାବନା ରହିଛି ।

Get real time updates directly on you device, subscribe now.