fbpx

୯ ଜିଲ୍ଲା ସାବଧାନ୍! ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଥାଇଲାଣ୍ଡ ଉପକୂଳରେ ଗୋଟିଏ ଘୂର୍ଣ୍ଣିବଳୟ ସୃଷ୍ଟି ହେଉଛି। ଏହା ଧିରେ ଧିରେ ଦକ୍ଷିଣ ଆଣ୍ଡାମାନ ସାଗର ଆଡ଼କୁ ଗତି କରିବ। ଏହା ପ୍ରଭାବରେ ଆସନ୍ତାକାଲି ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଲଘୁଚାପ ଯୋଗୁଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ୯ଟି ଜିଲ୍ଲା ମଧ୍ୟରେ ରହିଛି-ଗଞ୍ଜାମ, କନ୍ଧମାଳ, ରାୟଗଡ଼ା, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର ଓ କେନ୍ଦ୍ରାପଡ଼ା । ଏହି ଜିଲ୍ଲାଗୁଡ଼କରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଏହି ଲଘୁଚାପ ଏହାର ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ ଉତ୍ତର ଆଡକୁ ଗତି କରି ଅବପାତର ରୂପ ନେଇପାରେ ।

ତେବେ ଲଘୁଚାପ କ୍ଷେତ୍ରଟି ଧିରେ ଧିରେ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ୧୫ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ତତ୍ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଏହା ଅବପାତର ରୂପ ନେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୧୬ ଓ ୧୭ ତାରିଖରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଉଛି। ଏନେଇ ଭୁବେନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି ।

Get real time updates directly on you device, subscribe now.