fbpx

୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ଜାଣନ୍ତୁ କେଉଁ କେଉଁ ଜିଲ୍ଲା

ଭୁବନେଶ୍ୱର, (ଓଡିଶା ଭାସ୍କର): ବଜ୍ରପାତ ଓ ବର୍ଷାକୁ ଲକ୍ଷ୍ୟ ରଖି ରାଜ୍ୟର ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗଞ୍ଜାମ, ପୁରୀ, ନୟାଗଡ଼, ଗଜପତି, କନ୍ଧମାଳ ଓ ଖୋର୍ଦ୍ଧା ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି । ଏହି ଅଞ୍ଚଳମାନଙ୍କରେ ବଜ୍ରପାତ ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି । ଆବଶ୍ୟକ ନଥିଲେ ଘରୁ ନ ବାହାରିବାକୁ ଜନସାଧାରଣଙ୍କୁ କୁହାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ମୌସୁମୀ ବର୍ଷା ଆରମ୍ଭ ହୋଇଛି । ତେଣୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଗତକାଲି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିଲା । ମୌସୁମୀ ପ୍ରଭାବରେ ରାଜଧାନୀ ଭୁବନେଶ୍ୱରରେ ପ୍ରବଳ ବର୍ଷା ହୋଇଥିଲା । ବିଭିନ୍ନ ସ୍ଥାନରେ ପାଣି ଜମି ରହିବା ଫଳରେ ଲୋକମାନେ ଅସୁବିଧାର ସମ୍ମୁଖୀନ ହୋଇଥିବା ଜଣାପଡ଼ିଛି ।

Get real time updates directly on you device, subscribe now.