fbpx

ଆସନ୍ତା ଜୁନ୍ ୩ରେ କେରଳ ଛୁଇଁବ ମୌସୁମୀ: ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର, (ଓଡିଶା ଭାସ୍କର): ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ତେଣୁ ଏନେଇ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୁରଭଞ୍ଜ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବୌଦ୍ଧ, କନ୍ଧମାଳ, ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାରେ ଏହି ବର୍ଷା ସମ୍ଭାବନା ରହିଛି । ତେଣୁ ଏ ସମସ୍ତ ଜିଲ୍ଲାକୁ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସୂଚନାଯୋଗ୍ୟ ଯେ, ମେ ମାସ ୩୧ ସୁଦ୍ଧା ମୌସୁମୀ କେରଳ ଛୁଇଁବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବରୁ କୁହାଯାଇଥିଲା । ତେବେ ମୌସୁମୀ ପହଞ୍ଚିବାରେ ଆଉ ୨ ଦିନ ବିଳମ୍ବ ଘଟିବ । ଆସନ୍ତା ଜୁନ ମାସ ୩ ତାରିଖରେ ମୌସୁମୀ କେରଳ ଛୁଇଁବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିବା ଜଣାପଡ଼ିଛି ।

Get real time updates directly on you device, subscribe now.