fbpx

୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ୨୧ ଯାଏ ଲାଗି ରହିବ ବର୍ଷା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୨୧ ଯାଏ ବର୍ଷା ଲାଗି ରହିବ । ତେଣୁ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ରାଜ୍ୟର ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ଆଦି ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।

ସୂଚନାଯୋଗ୍ୟ ଯେ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣି ବଳୟ ପୂର୍ବ କେନ୍ଦ୍ରୀୟ ଓ ଉତ୍ତର-ପୂର୍ବାଞ୍ଚଳରେ ରହିଥିବା ଜଣାପଡ଼ିଛି । ଏହି ଘୂର୍ଣ୍ଣି ବଳୟ ସମୁଦ୍ର ପତନଠାରୁ ଉପରେ ରହିଥିବା ବେଳେ ଏହା ପଶ୍ଚିମ ଓ ଉତ୍ତର ଦିଗରେ ଗତି କରିବାର ସମ୍ଭାବନା ଥିବା ପୂର୍ବରୁ କୁହାଯାଇଥିଲା । ୧୯ ଓ ୨୦ ତାରିଖ ପାଇଁ ରାଜ୍ୟର ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଉକ୍ତ ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଢେଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜ, କନ୍ଧମାଳ, କୋରାପୁଟ ଓ ମାଲକାନଗିରି ରହିଛି ।

Get real time updates directly on you device, subscribe now.