fbpx

ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ ! ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଏହି ସବୁ ଜିଲ୍ଲାକୁ ଦିଆଗଲା ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ପ୍ରକ୍ରିୟା ଆଜିଠାରୁ ଆରମ୍ଭ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଅପର ପକ୍ଷରେ ଆସନ୍ତା ଶୁକ୍ରବାର ବେଳକୁ ଉତ୍ତର ଆଣ୍ଡାମାନ ସାଗର ଓ ପାଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାରସମ୍ଭାବନା ରହିଛି । ଏହାର ପ୍ରଭାବରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ଜଣାପଡ଼ିଛି ।

ପାଣିପାଗ କେନ୍ଦ୍ର ପକ୍ଷରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା ଓ ଜଗତ୍‍ସିଂହପୁର ଜିଲ୍ଲାପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅନ୍ୟପକ୍ଷରେ, ରାଜ୍ୟରେ ଜୁନ୍‍ ୧ରୁ ଆଜିସୁଦ୍ଧା ୧ ହଜାର ୮୪ ଦଶମିକ ୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଏହି ସମୟ ମଧ୍ୟରେ ସ୍ୱାଭାବିକ ବର୍ଷାର ପରିମାଣ ୧ ହଜାର ୧୨୦ ଦଶମିକ ୩ ମିଲିମିଟର ରହିଛି ।

Get real time updates directly on you device, subscribe now.