fbpx

ଆଗାମୀ ୨୪ ଘଣ୍ଟାରେ କାଳବୈଶାଖୀ ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ଅର୍ଥାତ୍ ୨୦ ତାରିଖ ପୁର୍ବାହ୍ନ ସୁଦ୍ଧା ରାଜ୍ୟର କେଉଁଝର, ମୟୁରଭଞ୍ଜ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ରାୟଗଡ଼ା,କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଜିଲ୍ଲା ଏବଂ ବାକି ଜିଲ୍ଲା ଗୁଡ଼ିକର କିଛିକିଛି ସ୍ଥାନରେ କାଳବୈଶାଖୀ ଜନିତ ଘୁର୍ଣ୍ଣିଝଡ଼ ସହ ବଜ୍ରପାତ ଏବଂ ବର୍ଷା ହେବା ନେଇ ପୁର୍ବାନୁମାନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର ।

ସେହିପରି ଏହି ସମୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, କଟକ, ଢେଙ୍କାନାଳ, ଜଗତସିଂହପୁର, ଯାଜପୁର, କେଉଁଝର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଏବଂ ମୟୁରଭଞ୍ଜ ଜିଲ୍ଲାର କିଛିକିଛି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

Image

ତେବେ ଆଗାମୀ ୨୪ ଘଣ୍ଟାରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେଉଥିବା ସୂଚନା ଦେଇଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ମାର୍ତ୍ତାବନ-ଗଲ୍ଫ ଏବଂ ତତ-ସଂଲଗ୍ନ ମିଆଁମାର ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣି-ବଳୟ ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳରେ ୫.୮ କିମି ଉଚ୍ଚ ଯାଏଁ ବ୍ୟାପିଥିବା ବେଳେ, ଏହା ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି କହିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

 

 

 

 

 

Get real time updates directly on you device, subscribe now.