fbpx

୨୪ ଜିଲ୍ଲାକୁ କାଳବୈଶାଖୀ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି, ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା

Advertisement

ଭୁବନେଶ୍ୱର: ରାଜ୍ୟରେ ଆଗାମୀ ୨୪ ଘଣ୍ଟାରେ ବିଭିନ୍ନ ଜିଲ୍ଲାରେ ବର୍ଷା ସହିତ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ମିଳିଥିବା ସୂଚନା ମୁତାବକ ଆସନ୍ତା ୨୪ ଘଣ୍ଟା ଅର୍ଥାତ୍ ୨୨ ତାରିଖ ସୁଦ୍ଧା କୋରାପୁଟ, ରାୟଗଡ଼ା, କନ୍ଧମାଳ, ଅନୁଗୁଳ, ଦେଓଗଡ଼, ଢେଙ୍କାନାଳ, କେଉଁଝର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ ମୟୁରଭଞ୍ଜରେ ବିଜୁଳି ଘଡ଼ଘଡ଼ି ସହିତ ଝଡ଼ ବର୍ଷ ଏବଂ କିଛିକିଛି ସ୍ଥାନରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଏହି ସମୟରେ ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ବୌଦ୍ଧ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା,ପୁରୀ, କଟକ, ଜଗତସିଂହପୁର ଏବଂ ସୁନ୍ଦରଗଡ଼ରେ ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ସେହିଭଳି ୨୩ ତାରିଖ ସୁଦ୍ଧା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜହତିସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, କେଉଁଝର, ମୟୁରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ ଜିଲ୍ଲାରେ ବର୍ଷା ସହିତ ବିଜୁଳି ଘଡ଼ଘଡ଼ି ହେବା ନେଇ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି । କାଳବୈଶାଖୀ ପ୍ରଭାବରେ ଆଗାମୀ ଦୁଇରୁ ତିନି ଦିନରେ ସର୍ବାଧିକ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇବାର ସମ୍ଭାବନା ରହିଛି । ପରେ ୨୪ ତାରିଖ ବେଳକୁ ସର୍ବାଧିକ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ତାପମାତ୍ରା ବଢିବାର ପୁର୍ବାନୁମାନ କରାଯାଇଛି ।

Get real time updates directly on you device, subscribe now.