ଭୁବନେଶ୍ବର: କାଲିର ନିର୍ଦ୍ଦେଶନାମାରେ ପରିବର୍ତ୍ତନ ନେଇ ଗଣଶିକ୍ଷା ବିଭାଗର ସୂଚନା । ଏଣିକି ପିଲାଙ୍କୁ ସ୍କୁଲରେ ୩ଟି ପୁଷ୍ଟିକର ଲଡୁ ସହ ଏକ ଅତିରିକ୍ତ ଅଣ୍ଡା ମିଳିବ ।
କେଉଁ ଦିନ କଣ ମିଳିବ- ସୋମବାର, ବୁଧବାର, ଶୁକ୍ରବାର ପିଲାଙ୍କୁ ଅଣ୍ଡା ଦିଆଯିବ । ସେହିପରି ମଙ୍ଗଳବାର, ଗୁରୁବାର, ଶନିବାର ପୋଷଣଯୁକ୍ତ ଲଡୁ ମିଳିବ ।
ଶିଶୁବାଟିକାଠୁ ଦଶମ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ଏହା ମିଳିବ । ପିଏମ୍ ପୋଷଣ ଓ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନା ଅନୁସାରେ ମିଳିବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି ।
ଗତକାଲି କୁହାଯାଇଥିଲା ଯେ, ମାଣ୍ଡିଆ, ଗୁଡ଼, ବାଦାମ ଓ ଘିଅଯୁକ୍ତ ଲଡୁ ସ୍କୁଲ ପିଲାଙ୍କୁ ଦିଆଯିବ । ସମସ୍ତ ଜିଲ୍ଲାପାଳଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚିଠି କରାଯାଇଛି । ସ୍କୁଲର ସମସ୍ତ ପିଲାଙ୍କୁ ପୋଷଣ ଯୁକ୍ତ ଲଡୁ ଦେବା ପାଇଁ ସରକାରଙ୍କ ନିଷ୍ପତ୍ତି ନେଇଛନ୍ତି ।