fbpx

ରାଜଧାନୀରେ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ

ଭୁବନେଶ୍ୱର,୬ ।୩(ଓଡିଶା ଭାସ୍କର): ଭୁବନେଶ୍ୱର ସିଆରପି ଛକରେ ଯୁବକଙ୍କୁ ଗୋଡାଇ ଗୋଡାଇ ହତ୍ୟା କରାଯାଇଛି । ଦିନ ଦ୍ୱିପହରରେ ବିଚ୍ ରାସ୍ତାରେ ଡ୍ରାଇଭରଙ୍କୁ ଗୋଡାଇ ଗୋଡାଇ ହାଣିଛନ୍ତି ଦୁବୃର୍ତ୍ତ । ଡ୍ରାଇଭରଙ୍କୁ ହାଣିଥିବା ୨ ଯୁବକଙ୍କୁ କାବୁ କରିଛି ନୟାପଲ୍ଲୀ ଥାନା ପୋଲିସ । ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି ହୋଇଥିବା ହୋଇଛି । ଖବର ପାଇ ସାଇଣ୍ଟିଫିକ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ କରୁଛି ।

ତେବେ ଦୁର୍ବୃତ୍ତଙ୍କ ଆକ୍ରମଣରେ ଗୁରୁତର ଡ୍ରାଇଭରଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲକୁ ପଠାଇଥିଲା ପୋଲିସ । ମେଡିକାଲ ନେବାପରେ ଡ଼ାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି । ତେବେ ରାଜଧାନୀରେ ଯୁବକଜଣଙ୍କୁ କଣ ପାଇଁ ହତ୍ୟା କରାଯାଇଛି, ତାହାର କାରଣ ଜଣାପଡିନାହିଁ । ଘଟଣାସ୍ଥଳରେ ଡିସିପି ମଧ୍ୟ ପହଞ୍ଚିଛନ୍ତି ।

Get real time updates directly on you device, subscribe now.